ଶପଥ ନେଲେ ନୂଆ CJI ଜଷ୍ଟିସ୍ ବି.ଆର ଗବାଇ

ନୂଆଦିଲ୍ଲୀ ,୧୪/୦୫: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି ।ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବି.ଆର ଗୱାଇ। ସୁପ୍ରିମକୋର୍ଟର ୫୨ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି  । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ବୁଧବାର ସଞ୍ଜୀବ ଖାନ୍ନାଙ୍କ ଥିଲା ଶେଷ କାର୍ଯ୍ୟ ଦିବସ ଥିଲା ।  ଆଇନଜୀବୀ ଓ ବିଚାପତିଙ୍କ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହା ପରେ ଆଜି ଜଷ୍ଟିସ୍ ବିଆର ଗୱାଇ ପ୍ରଧାନ ବିଚାପତି ଭାବେ ଶପଥ ନେଇଛନ୍ତି । ଜଷ୍ଟିସ୍ ବି.ଆର୍. ଗୱାଇଙ୍କ ଜନ୍ମ ୨୪ ନଭେମ୍ବର ୧୯୬୦ରେ ଅମରାବତୀରେ ହୋଇଥିଲା । ସେ ୧୬ ମାର୍ଚ୍ଚ ୧୯୮୫ରେ ବାରରେ ଯୋଗ ଦେଇଥିଲେ। ୧୪ ନଭେମ୍ବର ୨୦୦୩ରେ ବମ୍ବେ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଆରମ୍ଭ କରିଥିଲେ ତାଙ୍କର ନ୍ୟାୟିକ କ୍ୟାରିୟର । ୧୨ ନଭେମ୍ବର ୨୦୦୫ରେ ସ୍ଥାୟୀ ବିଚାରପତି ହୋଇଥିଲେ। ୧୫ ବର୍ଷରୁ ଅଧିକ ସମୟ ପାଇଁ ମୁମ୍ବାଇ, ନାଗପୁର, ଔରଙ୍ଗାବାଦ ଓ ପାଣାଜିରେ ବେଞ୍ଚଗୁଡ଼ିକର ଅଧ୍ୟକ୍ଷତା କରିଥିଲେ । ପରେ ୨୪ ମେ, ୨୦୧୯ରେ ଭାରତର ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ କରାଯାଇଥିଲା। ଏହାସହ ବିହାର ଓ କେରଳର ପୂର୍ବତନ ରାଜ୍ୟପାଳ ସ୍ୱର୍ଗତ ଆରଏସ ଗବାଇଙ୍କ ପୁଅ ହେଉଛନ୍ତି ବି.ଆର. ଗବାଇ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!