ଆଜି ସୁରକ୍ଷା ସମ୍ପର୍କିତ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୧୪ା୫: ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକ ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସିସିଏସ ବୈଠକ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି। ଅପରେସନ ସିନ୍ଦୂର ପରେ ଏହା ପ୍ରଥମ ସିସିଏସ ବୈଠକ।ଆଜି ସୁରକ୍ଷା ସମ୍ପର୍କିତ କ୍ୟାବିନେଟ ବୈଠକ । ସିସିଏସ ବୈଠକରେ ଅପରେସନ ସିନ୍ଦୂର ଉପରେ ହୋଇପାରେ ଆଲୋଚନା। ବୈଠକରେ ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଆରମ୍ଭ ହୋଇଥିବା ‘ଅପରେସନ ସିନ୍ଦୂର’ ଅଧୀନରେ ଚାଲିଥିବା ସୁରକ୍ଷା ଅଭିଯାନର ସମୀକ୍ଷା କରାଯିବ । ଏହି ବୈଠକରେ ଉପସ୍ଥିତ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଅଛନ୍ତି। ଏଥିସହ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ଏନଏସଏ ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି।ସୁରକ୍ଷା ସମ୍ପର୍କିତ କ୍ୟାବିନେଟ ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ପ୍ରତିରକ୍ଷା ଓ ଗୁଇନ୍ଦା ଏଜେନ୍ସିର ଅଧିକାରୀମାନେ ମଧ୍ୟ ସାମିଲ ହେବେ । ଆତଙ୍କବାଦ ବିରୋଧରେ ଚାଲିଥିବା କାର୍ଯ୍ୟାନୁଷ୍ଠାନର ଅଗ୍ରଗତି, ଗୁଇନ୍ଦା ସୂଚନାର ସ୍ଥିତି, ସେନା ଓ ଅର୍ଦ୍ଧସାମରିକ ବାହିନୀ ମୁତୟନ ଏବଂ ଭବିଷ୍ୟତ ରଣନୀତି ଉପରେ ବୈଠକରେ ଆଲୋଚନା ହେବା ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!