ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୧୪ା୫ :ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟା ସମୟରେ ଅନୁଷ୍ଠିତ ହେବ। କ୍ୟାବିେନେଟ୍‌ରେ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ପଞ୍ଚାୟତିରାଜ, ନଗର ଉନ୍ନୟନ, ଗୃହ, ଜଳ ସମ୍ପଦ ଏବଂ ପୂର୍ତ୍ତ ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ଜଣାପଡ଼ିଛି। ଅନ୍ୟପକ୍ଷରେ ଆସନ୍ତା ଗୋଟିଏ ମାସ ପରେ ଭାଜପା ଶାସନାଧୀନ ସରକାରକୁ ବର୍ଷେ ପୂର୍ତ୍ତି ପାଳନ ହେବାକୁ ଥିବାବେଳେ କ୍ୟାବିନେଟ୍‌ରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ ବୋଲି ଶୁଣିବାକୁ ମିଳିଛି। ବୁଧବାର ସଂଧ୍ୟା ୫ଟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ । ଯେଉଁଥିରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ । ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ପୋଲିସ ସୂଚନା ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!