ଭୁବନେଶ୍ୱର,୧୪।୫: ରାଜ୍ୟ କ୍ୟାବିନେଟ୍ରେ ନୂଆ ସଂରକ୍ଷଣ ଲାଗୁ ନିଷ୍ପତ୍ତି ନେଇଛି। ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ ସୁବିଧା। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ଶିକ୍ଷାନୁଷ୍ଠାନରେ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ ସୁବିଧା। ତେବେ ଏସ୍ସି/ଏସ୍ଟି ପାଇଁ ଯାହା ସଂରକ୍ଷଣ ଥିଲା ବଳବତ୍ତର ରହିବ। ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟ ସରକାର ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ସାମାଜିକ ଓ ଆର୍ଥିକ ଭାବେ ପଛୁଆ ପିଲାଙ୍କ ପାଇଁ ଶିକ୍ଷା ଗ୍ରହଣ ଓ ଚାକିରି କ୍ଷେତ୍ରରେ ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ। ଅନୁସୂଚିତ ଜାତି ଓ ଜନଜାତି ପାଇଁ ଯାହା ସଂରକ୍ଷଣ ବ୍ୟବସ୍ଥା ଥିଲା ରହିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |