ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଜାରି ହେଲା ସିଡ୍ୟୁଲ

ଭୁବନେଶ୍ବର,୧୬।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା କଥା ଦେଖିଲେ 8 ହଜାର 362 ଜଣ ପରୀକ୍ଷାରେ ଅନୁପସ୍ଥିତ ରହିଥିଲେ । ସେହିପରି 17 ହଜାର 384 ପରୀକ୍ଷାର୍ଥୀ ଫେଲ୍ ହୋଇଥିଲେ ।ମାଟ୍ରିକ ପରୀକ୍ଷାରେ ଫେଲ ହୋଇଥିବା ଛାତ୍ରଛାତ୍ରୀ, ଏମପି ହୋଇଥିବା ଛାତ୍ରଛାତ୍ରୀ ଏବଂ ପରୀକ୍ଷାରେ ଅନୁପସ୍ଥିତ ରହିଥିବା ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପକ୍ଷରୁ ଏକ ସୁଯୋଗ ଦିଆଯାଇଛି ।ଏହି ଦିନ ଫର୍ମ ପୂରଣର ଶେଷ ତାରିଖ- ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହୋଇସାରିଛି । ମେ 26 ତାରିଖ ଯାଏଁ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ ।ତେବେ ରେଗୁଲାର ପରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀମାନେ ପ୍ରଧାନଶିକ୍ଷକଙ୍କ ଜରିଆରେ ଫର୍ମ ପୂରଣ କରିପାରିବେ । 420 ଟଙ୍କା ଦେୟ ଦେବାକୁ ହେବ ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!