ଭୁବନେଶ୍ୱର ,୧୬/୦୫:ବର୍ଷା ଲାଗି ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ସେପଟେ ମେ’ ୨୭ରେ ମୌସୁମୀ କେରଳ ଛୁଇଁବା ସମ୍ଭାବନା । ଆଜି ପ୍ରବଳ ବର୍ଷା ଲାଗି ମାଲକାନଗିରି, କୋରାପୁଟ, ରାୟଗଡ଼ାକୁ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର ।ଅସହ୍ୟ ତାତି ଓ ଗୁଳଗୁଳିରୁ ମିଳିବ ତ୍ରାହି । ରାଜ୍ୟରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ତାଣ୍ଡବ ରଚିପାରେ କାଳବୈଶାଖୀ । ଅତି ଭୀଷଣ ବର୍ଷା ଲାଗି ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ସେପଟେ ମେ’ ୨୭ରେ ମୌସୁମୀ କେରଳ ଛୁଇଁବା ସମ୍ଭାବନା । ଆଜି ପ୍ରବଳ ବର୍ଷା ଲାଗି ମାଲକାନଗିରି, କୋରାପୁଟ, ରାୟଗଡ଼ାକୁ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର ।ଏଥିସହ ୧୭ ତାରିଖ ପାଇଁ ୧୮ ଜିଲ୍ଲା ଓ ୧୮ ତାରିଖରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉପକୂଳ ଓଡ଼ିଶାର କିଛି ଜିଲ୍ଲା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇଛି । ଆଗାମୀ ୬ରୁ ୭ ଦିନ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ସହ ଉତ୍ତର ଆଣ୍ଡାମାନ ସାଗର ମୁହାଁ ଅଗ୍ରସର ହେଉଛି ମୌସୁମୀ । ଆସନ୍ତା ମେ ୨୭ ତାରିଖକୁ ମୌସୁମୀ କେରଳ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି । ଜୁନ୍ ପ୍ରଥମ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁପାରେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |