7 ଜିଲ୍ଲାକୁ 2 ଘଣ୍ଟିଆ ରେଡ ୱାର୍ଣ୍ଣଂ ଜାରି

ଭୁବନେଶ୍ୱର,୧୬।୫: ରାଜ୍ୟରେ ପ୍ରବଳ  ବର୍ଷା ଘଡଘଡି ପାଇଁ ସତର୍କ ସୂଚନା ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି।ଆଗାମୀ 2ରୁ 3 ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ 7 ଜିଲ୍ଲାକୁ ରେଡ୍ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ । କୁଆ ପଥର ମାଡ଼ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ବିଜୁଳି ଘଡ଼ଘଡ଼ି ସହିତ କାଳବୈଶାଖୀ ବର୍ଷା ଆଶଙ୍କା ରହିଛି। ଘଣ୍ଟାକୁ 60 ରୁ 70 କିମି ବେଗରେ ପବନ ବହିପାରେ।କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼, ଜୟପୁର, ବାଲେଶ୍ବର, ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣଂ ଏବଂ 18 ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!