ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ପ୍ରବଳ ବର୍ଷା ,ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୯।୫: ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡଘଡି ହେବାର ସମ୍ଭାବନା   ରହିଛି । ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ବାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,  ଆଜି ପାଇଁ ୧୫ ଜିଲ୍ଲାକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝରଗଡ, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗିର ଏବଂ ନୂଆପଡା । ଆଲର୍ଟ ଜାରି କରାଯାଇଥିବା ଏହି ଜିଲ୍ଲା ଗୁଡିକରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।  ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ଚାରି ଦିନ ପାଇଁ ଓଡ଼ିଶାର ଅନେକ ଜିଲ୍ଲାରେ ବଜ୍ରପାତ ଓ ବର୍ଷା ନେଇ ଚେତାବନୀ ଜାରି କରିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ମେ, ୨୦୨୫ ପର୍ଯ୍ୟନ୍ତ ବିଜୁଳି ସହିତ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ପାଇଁ ୧୫ଟି ଜିଲ୍ଲାରେ ବଜ୍ରପାତ ନେଇ IMD ୟେଲୋ ଆଲର୍ଟ ଜାରି କରିଛି|ସେହିପରି ୨୦ ତାରିଖ ପାଇଁ ୯ଟି ଜିଲ୍ଲା ଯଥାକ୍ରମେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ଓ ଘଡଘଡି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨୧ ତାରିଖ ପାଇଁ ୧୬ଟି ଜିଲ୍ଲାକୁ ବିଜୁଳି ଓ ଘଡଘଡି ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପା କେନ୍ଦ୍ର । ୨୨, ୨୩ ତାରିଖରେ ମଧ୍ୟ ଦକ୍ଷିଣ ଓଡିଶା, ଉତର ଓଡିଶା ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ସ୍ଥିତି ରହିବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!