ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ

ଭୁବନେଶ୍ୱର,୧୯।୫: ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ ।ସୋମବାର ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଏହି ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳିଛି।ଡ୍ରୋନ ଉଡ଼ିବା ନେଇ ଡିଜିପିଙ୍କ ପୂର୍ବରୁ କଟକଣା ରହିଥିଲା । ଏହା ସତ୍ତ୍ବେ ମଧ୍ୟ ଉଡ଼ିଛି ଡ୍ରୋନ୍‌। ଏହା ଦେଖିବା ପରେ ପୋଲିସକୁ ଅବଗତ କଲେ ମନ୍ଦିର ସେବାୟତ। ତେବେ ଏହି ଡ୍ରୋନ କିଏ କାହିଁକି ଉଡ଼ାଇଛନ୍ତି ତାହାକୁ ନେଇ ପ୍ରଶ୍ନ ଉଠିଥିବା ବେଳେ ମନ୍ଦିର ସୁରକ୍ଷାକୁ ନେଇ ସ୍ଥାନୀୟ ଲୋକେ ଚିନ୍ତାପ୍ରକଟ କରିଛନ୍ତି।ଡ୍ରୋନ୍‌ ଉଡ଼ିବା ନେଇ ଡିଜିପିଙ୍କ କଟକଣା ସତ୍ତ୍ବେ ଉଡ଼ିଲା ।  ପୋଲିସକୁ ଅବଗତ କଲେ ମନ୍ଦିର ସେବାୟତ । ତେବେ କିଏ ଏହି ଡ୍ରୋନ ଉଡାଇଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।ଏହାର ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି । ତେବେ ଏହି ଖବର କେବଳ କାଗଜ କଲମରେ ରହିବ ନା ତଦନ୍ତ ରହିବ ସେନେଇ ସମସ୍ତଙ୍କର ନଜର ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!