ଆସୁଛି ୨ ଲଘୁଚାପ ,୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,,୨୦ା୫:  ରାଜ୍ୟରେ  ଆସୁଛି ୨ ଲଘୁଚାପ। ଏବେ କାଳବୈଶାଖୀର ପ୍ରଭାବ ଓଡ଼ିଶା ଉପରେ ଥିବା ବେଳେ, ମେ ଶେଷ ସପ୍ତାହ ବେଳକୁ ଏକା ସାଙ୍ଗରେ ୨ଟି ଲଘୁଚାପ ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗର ଓ ଆରବସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ।୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି। ମେ’ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ। ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ। ଏପଟେ ମେ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି।ଏହାପରେ ପୁଣିଥରେ ମେ ୨୭ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ ବୋଲି ଆକଳନ କରାଯାଉଛି।ଆଜି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି|ଏଥିପାଇଁ ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦେବା ସହ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୧୭ ଜିଲ୍ଲା ହେଉଛି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଏବଂ ଗଜପତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!