ଆସୁଛି ବଡ଼ ଲଘୁଚାପ: ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର,୨୧।୫: ଆସୁଛି ଲଘୁଚାପ ।ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି।ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ। ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ଏହି ଲଘୁଚାପ ସୃଷ୍ଟି ହେବ। ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।ଆଗାମୀ 12 ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଆଜି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବକେନ୍ଦ୍ରୀୟ ଆରବସାଗରେ ଲଘୁଚାପ ସୃଷ୍ଟି ସୃଷ୍ଟି ହେବ । କର୍ଣ୍ଣାଟକ ଓ ଗୋଆ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର ଦିଗରେ ଗତି କରିବ । ଏହା 12 ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଆଗାମୀ 36 ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଏପଟେ ସକାଳୁ ସକାଳୁ ବଦଳିଛି ପାଗର ମିଜାଜ୍ । ରାଜଧାନୀରେ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ହେଉଛି । ଏହା ସହ ରାଜ୍ୟର ଅନେକ ସ୍ଥାନରେ ଏବେ କାଳବୈଶାଖୀ ବର୍ଷା ଜାରି ରହିଛି । ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ  ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ଆକଳନ କରାଯାଇପାରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!