ପରଲୋକରେ ପୂର୍ବତନ କାମାକ୍ଷାନଗର ବିଧାୟକ

ଭୁବନେଶ୍ୱର,୩୦ା୫:ପରଲୋକରେ କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ଗତକାଲି ଅଧିକ ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ମଲ୍ଟି ଅର୍ଗାନ ଫେଲ ହେବାରୁ ସେ ଅସୁସ୍ଥ ଥିଲେ। ଗତକାଲି ସ୍ବାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳୁ ତାଙ୍କର ପରଲୋକ ହୋଇଛି। ତାଙ୍କୁ ମାତ୍ର ୨୮ ବର୍ଷ ହୋଇଥିବା ବେଳେ ସେ ବିଧାୟକ ହୋଇଥିଲେ। ଶେଷଥର ପାଇଁ ୨୦୧୪ ମସିହାରେ ବିଜେପିରୁ ପ୍ରାର୍ଥୀ ହୋଇ ସେ ପରାଜିତ ହୋଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!