ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର ପରିବର୍ତ୍ତନ

ଭୁବନେଶ୍ବର,୩।୬: ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର   ବଦଳିଛି। ଟ୍ରାନ୍ସଫର ନେବାକୁ ଚାହୁଁଥିବା ଶିକ୍ଷକଙ୍କ ପାଇଁ ଖୁସି ଖବର । ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ଅନୁମତି ମିଳିଛି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ଶିକ୍ଷକ ଶିକ୍ଷୟିତ୍ରୀ । ଜୁନ୍‌ ୯ରୁ ୧୬ ଭିତରେ ଭେରିଫିକେସନ ହେବ ବୋଲି ସୂଚନା ଦିଆଯାଇଛି ।  ଏନେଇ ସମସ୍ତ ବିଇଓଙ୍କୁ ଓ ଡିଇଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍‌ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ ୬ ତାରିଖ ମଧ୍ୟରେ ଆବେଦନ ଶେଷ ହେବା ପରେ ୯ରୁ ୧୬ ତାରିଖ ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀ, ଜିଲ୍ଲା ବ୍ଲକ ଶିକ୍ଷା ଅଧିକାରୀ ଦ୍ବାରା ଯାଞ୍ଚ କରାଯିବ। ପରେ ଫାଇନାଲ ମେରିଟ ଲିଷ୍ଟ ଜୁଲଇ ୧୮ରେ ୱେବସାଇଟରେ ପ୍ରାକାଶ ପାଇବ।  ଏହାପରେ ଜୁଲାଇ ୧୮ ଓ ୧୯ରେ ସ୍ଥାନାନ୍ତର ନିର୍ଦ୍ଦେଶ ଜାରି କରାଯିବ ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!