ପୁରୀ ,୦୫।୦୬: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜି ରାଜେନ୍ଦ୍ରାଭିଷେକ ନୀତିରେ ଅନୁଷ୍ଠିତ ହେବ । ସଂଧ୍ୟାଧୂପ ନୀତି ଶେଷ ହେବାପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ ।ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜି ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ। ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ। ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳୀ ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ସେହିପରି ଶୁକ୍ରବାର ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ। ଏଣୁ ସମସ୍ତ ନୀତି କାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ସେପଟେ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ହେବାକୁ ଥିବାରୁ ଜିଲ୍ଳା ଓ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |