ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ୧୯ ଜିଲାକୁ ସତର୍କ

ଭୁବନେଶ୍ୱର,୨୨।୬ : ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ।  ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ୨୨ ତାରିଖରେ ୧୯ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ୨୬ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରବିବାର ବର୍ଷା ସହ ବଜ୍ରପାତ ନେଇ ୧୮ ଜିଲାକୁ ସତର୍କ କରାଯାଇଛି। ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ ଓ ଖୋର୍ଦ୍ଧା ଆଦି ଜିଲାରେ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଶନିବାର ସୋନପୁରରେ ୨୭.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ କଟକରେ ୨୧.୨ ମିମି, ପାରାଦୀପରେ ୧୬.୦ ମିମି, ଭୁବନେଶ୍ୱର ଓ ଜଗତ୍‌ସିଂହପୁରରେ ୩.୧ ମିମି, ନୟାଗଡ଼ରେ ୩.୦ ମିମି, ସୁନ୍ଦରଗଡ଼ରେ ୨.୪ ମିମି ଏବଂ ବାଲେଶ୍ୱରରେ ୧.୪ ମିମି ବର୍ଷା ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!