ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ,,୩୦।୬:ଆଜି ଡାବୁଗାଁ ବ୍ଲକ ଅନ୍ତର୍ଗତ ବୁଥ ନମ୍ବର ୯୧ ରେ ମନ କି ବାତ କାର୍ଯ୍ୟକ୍ରମ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକର୍ତ୍ତା ମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଅବିଭାଷଣକୁ ଧ୍ୟାନ ର ସହ ଶୁଣି ଥିଲେ। ମଣ୍ଡଳ ସଭାପତି ମନୋଜ କୁମାର ପାତ୍ର, ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର, ମନ କି ବାତ କାର୍ଯ୍ୟକ୍ରମ ସଂଯୋଜକ ନରେଶ ସିଂ ଲାଲ , ପଞ୍ଚାୟତ ସଭାପତି ଦିନେଶ ସିଂ ଲାଲ, ଜଗନ୍ନାଥ ସିଂ, ହିତେନ୍ଦ୍ର ସିଂ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ଭଳି କେଲିଆ, କକଡାଗୁଡା, ତଥା ଅନ୍ୟାନ୍ୟ ବୁଥ ରେ ମଧ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |