ଭୁବନେଶ୍ୱର,୩୦ା୬: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ଏହିଭଳି ପାଗ ବା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ୫ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୪ ଜିଲ୍ଲାରେ ଅତ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେସବୁ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର। ସେହିପରି ୭ ଜିଲ୍ଲାକୁ ଅରେଞ୍ଜ୍ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଏହାସହ ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେଣୁ ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।ସେହିସବୁ ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ଅରେଞ୍ଜ ଆଲର୍ଟ। ସେହିପରି୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବର୍ଷା ସହିତ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି।ଆସନ୍ତାକାଲି ପାଇଁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ତାସହ ପ୍ରବଳ ବର୍ଷା ନେଇ ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ନବରଙ୍ଗପୁର ଭଳି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ପାର୍ କରିିଛି । ରାଜଘାଟରେ ବିପଦ ସଙ୍କେତ ଡେଇଁଛି ନଦୀର ଜଳସ୍ତର । ସେହିପରି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ବଢୁଥିବାବେଳେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବଡ଼ ବନ୍ୟା ହେବାର ଆଶଙ୍କା ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |