ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ

ଭୁବନେଶ୍ୱର ,୩୦/୦୬: ବରିଷ୍ଠ ଓଏଏସ୍ ଅଧିକାରୀ ମିର୍ଦ୍ଧା ଟପ୍ପୋ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ। ସେ ପୂର୍ବରୁ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଏହି ନୂଆ ନିଯୁକ୍ତି ମିଳିଥିବା ନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ସେହିପରି ଗତକାଲି ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଗ୍ରାମୀଣ ବିକାଶ ବିଭାଗ ଦ୍ୱାରା ଜାରି ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଶାଶ୍ୱତ ମିଶ୍ର (IAS, RR-1996), ପ୍ରଧାନ ସଚିବ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି। ସେ ମଧ୍ୟ ଆନୁଷଙ୍ଗିକ ଭାବେ ବିତ୍ତ ବିଭାଗ ଏବଂ IDCO’ର ଚେୟାରମ୍ୟାନ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।ସେହିଭଳି ରବିବାର ୧୯୯୬ ବ୍ୟାଚ୍‌ର ଭାରତୀୟ  ପ୍ରଶାସନିକ ସେବା ଅଧିକାରୀ  ତଥା ବର୍ତ୍ତମାନର ଅର୍ଥ ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା । ଶ୍ରୀ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ସହିତ ପୂର୍ବ ଭଳି ଅର୍ଥ ବିଭାଗର  ସଚିବ ଓ ଇଡ୍‌କୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ  ନିର୍ବାହ କରିବେ । ପୂର୍ବରୁ  ଶ୍ରୀ ମିଶ୍ର ରାଜ୍ୟ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ, ରାଜ୍ୟପାଳଙ୍କ ସଚିବାଳୟର ପ୍ରମୁଖ ସଚିବ ସମେତ ବହୁ ବିଭାଗର ଗୁରୁଦାୟିତ୍ୱ ସୁଚାରୁ ଭାବେ ତୁଲାଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!