ଢାକା,୨ା୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ହସିନାଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି। ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ବୁଧବାର ତିନି ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି।ବାଂଲାଦେଶୀ ଗଣମାଧ୍ୟମ ଅନୁସାରେ, ଅନ୍ତର୍ଜାତୀୟ ଅପରାଧ ଅଦାଲତଙ୍କ ଖଣ୍ଡପୀଠର ଅଧ୍ୟକ୍ଷତା ଜଷ୍ଟିସ୍ ମହମ୍ମଦ ଗୁଲାମ ମୁର୍ତଜା ମଜୁମଦାର କରିଥିଲେ। ପ୍ରଥମ ଥର ପାଇଁ କୌଣସି ମାମଲାରେ ଶେଖ ହସିନାଙ୍କୁ ଜେଲ ଦଣ୍ଡ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |