ପୁରୀ,୫/୦୬:ପୁରୀ ସହରରେ ପ୍ରତିଷ୍ଠା ହେବ ବିଶ୍ଵସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ। ଏକ ପ୍ରେସମିଟ୍ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ ଅଧୀନରେ ଗୋଟିଏ ପରିସରରେ ଜଗନ୍ନାଥ ମ୍ୟୁଜିୟମ ସହିତ ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ ମଧ୍ୟ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପରିସରରେ ୩୦୦ ଆସନ ବିଶିଷ୍ଟ ଏକ ଅଡିଟୋରିୟମ ନିର୍ମାଣ କରାଯିବ,ଯେଉଁଠାରେ ପ୍ରତିଦିନ ଲାଇଟ୍ ଆଣ୍ଡ ସାଉଣ୍ଡ୍ ସୋ’ ପ୍ରଦର୍ଶିତ ହେବ। ଏହାସହ, ଏକ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ନିର୍ମାଣ ହେବ, ଯେଉଁଠାରେ କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |