ସମ୍ବଲପୁର,୬ା୭: ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ହୀରକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ର ଆଉ ୮ଟି ଫାଟକ ଖୋଲାଯାଇଛି। ବର୍ତ୍ତମାନ ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ବାମ ପାର୍ଶ୍ବର ୧୩ଟି ଓ ଡାହାଣ ପାର୍ଶ୍ବର ୭ଟି ଗେଟ୍ ଖୋଲାଯାଇଛି। ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଛି ହୀରାକୁଦ। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟାୟକ୍ରମେ ୧୨ଟି ଫାଟକ ଦେଇ ବନ୍ୟାଜଳ ଛଡ଼ା ଯାଇଥିଲା। ପରବର୍ତ୍ତୀ ସମୟରେ ଏପର୍ଯ୍ୟନ୍ତ ମୋଟ୍ ୨୦ଟି ଫାଟକ ଖୋଲାଯାଇଥିବା ଜଣାପଡ଼ିଛି।ଉପରମୁଣ୍ଡରେ ଲଗାଣ ବର୍ଷା ଲାଗି ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଥିଲା । ଯାହାକୁ ଦୃଷ୍ଟିରେ ରଖି ୨ ଦିନ ତଳେ ଡାକବାଜି ଯନ୍ତ୍ର ଜରିଆରେ ହୀରାକୁଦ ଜଳଭଣ୍ଡାରରୁ ପାଣି ଛାଡିବା ନେଇ ପ୍ରଚାର କରାଯାଇଥିଲା। ପାଣି ଛାଡ଼ିବା ପୂର୍ବରୁ ତଳିଆ ଅଞ୍ଚଳ ଲୋକଙ୍କୁ ସତର୍କ କରାଯାଇଥିଲା । ବର୍ତ୍ତମାନ ହୀରାକୁଦରେ ଜଳସ୍ତର ୬୧୦.୧୭ ଫୁଟ୍ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |