ଲଘୁଚାପ କ୍ଷେତ୍ର ସୃଷ୍ଟି , ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର,୭ା୭ :  ରାଜ୍ୟରେ   ସକ୍ରିୟ ରହିଛି ମୌସୁମୀ। ଉପର ମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏ ନେଇ ସୋମବାର ଜୁଲାଇ ୭ ତାରିଖରେ ୪ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଥିବା ବେଳେ ୧୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଓ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ଲଘୁଚାପ ପ୍ରଭାବରେ ଆଜି ୨୨ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ରବିବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲାକୁ ଅତିପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି ହୋଇଛି। ଅନ୍ୟପକ୍ଷରେ ରାଜ୍ୟରେ ଏବେ ବନ୍ୟାସ୍ଥିତି ନାହିଁ। ବାଲେଶ୍ବରରେ ସୁବର୍ଣ୍ଣରେଖା ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି, କିନ୍ତୁ ତଳମୁଣ୍ଡରେ ବନ୍ୟା ନାହିଁ। ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଥିବାରୁ ଏବେ ହୀରାକୁଦର ୧୨ଟି ଫାଟକ ଖୋଲାଯାଇଛି। ଏଥିରେ ପ୍ରାୟ ୨ଲକ୍ଷ କ୍ୟୁସେକ ଜଳ ଛଡାଯିବ। ହୀରାକୁଦରେ ବର୍ତ୍ତମାନ ୬୦୯ ଫୁଟ୍ ପାଣି ରହିଛି, ଏଣୁ ଛତିଶଗଡ଼ରୁ ବନ୍ୟା ଜଳ ଆସିଲେ କୌଣସି ସମସ୍ୟା ନାହିଁ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି। ରେଙ୍ଗାଳିର ଡ୍ୟାମର ଆଉ ଏକ ଫାଟକ ଖୋଲିଥିଲେ ସୁଦ୍ଧା ବ୍ରାହ୍ମଣୀରେ ବନ୍ୟା ସ୍ଥିତି ନଥିବା ସେ କହିଛନ୍ତି।ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଅନୁଯାୟୀ, ଲଘୁଚାପ ପ୍ରଭାବରେ ରବିବାରଠାରୁ ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ଜିଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୭ ତାରିଖରେ କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ନୂଆପଡ଼ା ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ନେଇ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ଏହିସମୟରେ ପବନର ବେଗ ୩୦-୪୦ କିମି ରହିବ। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କଟକ ଓ ଢେଙ୍କାନାଳ ଜିଲାକୁ ୟେଲୋ ୱାର୍ଣ୍ଣିଂ ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ମୟୂରଭଞ୍ଜ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି।ୟେଲୋ ଆଲର୍ଟ ଜାରି କରାଯାଇଥିବା ୯ ଜିଲ୍ଲା ମାଲକାନାଗିରି,କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୁଆପଡ଼ା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର। ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!