ଭଦ୍ରକ,୭ା୭: ଭଦ୍ରକ ଜିଲା ଆଖୁଆପଦାରେ ସତର୍କ ସଙ୍କେତ ଉପରେ ବୈତରଣୀ ନଦୀର ଜଳ ପ୍ରବାହିତ ହେଉଛି। ତେବେ ଏହି ନଦୀର ସତର୍କ ସଙ୍କେତ ୧୭.୮୩ ମି. ହୋଇଥିବାବେଳେ ସୋମବାର ୧୮.୦୩ ମିଟର ଜଳ ପ୍ରବାହିତ ହେଉଛି। ବୈତରଣୀ ନଦୀର ବିପଦ ସଙ୍କେତ ୧୮.୩୩ ମିଟର ରହିଛି।ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏବେ ହୀରାକୁଦ ଡ୍ୟାମ୍ର ଜଳସ୍ତର ୬୦୯.୭୯ ଫୁଟ ରହିଥିବାବେଳେ ହୀରାକୁଦକୁ ପ୍ରବେଶ କରୁଛି ୩ ଲକ୍ଷ ୪୨ ହଜାର ୪୫୩ କ୍ୟୁସେକ ଜଳ। ୩ ଲକ୍ଷ ୩୫ ହଜାର ୬୪୯ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |