ନବରଙ୍ଗପୁର(ମିହିର ଶଙ୍କର ପାତ୍ର), ୮।୭:ଓଡ଼ିଶା ରାଜସ୍ୱ ଅମଲା ସଂଘର ଏକ ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ଅନୁସାରେ ଗତ ଜୁନ ୨୫ ତାରିଖରେ ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ନବରଙ୍ଗପୁର ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତିଙ୍କ ନେତୃତ୍ଵରେ ଦଶଦଫା ଦାବି ସମ୍ବଳିତ ଦାବି ପତ୍ର ନବରଙ୍ଗପୁର ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଥିଲା I ଯଦି ୧୫ ଦିନ ମଧ୍ୟରେ ରାଜ୍ୟ ସରକାର ଦାବି ଗୁଡିକ ପୂରଣ କରିବାରେ ଅବହେଳା ପ୍ରଦର୍ଶନ କରନ୍ତି, ତାହାହେଲେ ଜୁଲାଇ ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ କଲା ବ୍ୟାଜ୍ ପରିଧାନ କରିବ ବୋଲି ନିଷ୍ପତ୍ତି ହୋଇଥିଲା l ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ ନବରଙ୍ଗପୁର ଜିଲ୍ଲାର ସମସ୍ତ ରାଜସ୍ଵ ଅମଲା କଳା ବ୍ୟାଜ୍ ପରିଧାନ କରି ସରକାରଙ୍କ ଚରମ ଅବହେଳା କୁ ବିରୋଧ କରିଥିଲେ l ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା |
ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମଶିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ସତ ପ୍ରତିଶତ ପଦୋନ୍ନତି ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ |
ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ,ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି l ଏହି ପରିପ୍ରେକ୍ଷୀରେ, ତଥାପି ରାଜ୍ୟ ସରକାର ଆଗାମୀ ୧୩ ତାରିଖ ସୁଦ୍ଧା ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସଂପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ନବରଙ୍ଗପୁର ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତି, ଉପ ସଭାପତି ଧନୁର୍ଯୟ ମାଝୀ, ଦାକ୍ଷିଣାଞ୍ଚଳ ଖଣ୍ଡିୟ ସଭାପତି କୈଳାଶ ଚନ୍ଦ୍ର ଦାସ, ପ୍ରକାଶ କରିଥିଲେ | ଆଜି ନବରଙ୍ଗପୁର ଜିଲ୍ଲା ର ଡାବୁଗାଁ ତହସିଲ, କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ରାଜସ୍ୱ ଅମଲା ମାନେ କଳା ବ୍ୟାଜ୍ ପରିଧାନ କରିବା ଦେଖିବାକୁ ମିଳିଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |