ଭୁବନେଶ୍ବର,୧୧ା୭: ଆଜି ଓଡ଼ିଶା ଆସୁଛନ୍ତି ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧି । ଭୁବନେଶ୍ୱର ବରମୁଣ୍ଡା ହାଇସ୍କୁଲ୍ ପଡିଆରେ ସମ୍ବିଧାନ ବଞ୍ଚାଅ କାର୍ଯ୍ୟକ୍ରମ ଯୋଗଦେବେ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ୍ ଖଡ଼ଗେ ଏବଂ କଂଗ୍ରେସ ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ମଧ୍ୟ ଉପସ୍ଥିତ ରହିବେ । ଏନେଇ କଂଗ୍ରେସ ଶିବିରରେ ଉତ୍ସାହ ଦେଖାଯାଇଛି । ଭୁବନେଶ୍ବରର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗ ଦେବା ନେଇ କାର୍ଯ୍ୟକ୍ରମ ରହିଛି । ନିର୍ବାଚନ ପରେ ଏହା ରାହୁଲ ଗାନ୍ଧୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ହେବ ।ଏପଟେ ସମାବେଶକୁ ସଫଳ କରିବା ପାଇଁ ପିସିସି ସଭାପତି ଭକ୍ତଚରଣ ଦାସ ମଧ୍ୟ ସମସ୍ତ ପ୍ରକାର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହା ତାଙ୍କ ପାଇଁ ଏକ ବଡ଼ ଆହ୍ବାନ କହିଲେ କିଛି ଭୁଲ ହେବ ନାହିଁ । ପିସିସି ସଭାପତି ହେବା ପରେ ପ୍ରଥମ ଥର ପାଇଁ ଏତେ ବଡ଼ ସମାବେଶ ହେଉଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |