ଭୁବନେଶ୍ୱର,୧୩।୭: ରାଜ୍ୟରେ ଆଜିଠୁ ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ।୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।ଏହାସହ ଆଜି ପାଇଁ ୨୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ତେବେ ଆସନ୍ତା ୧୩,୧୪ ଓ ୧୫ ତାରିଖ ଯାଏଁ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି। ୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |