ଭୁବନେଶ୍ୱର,୧୫/୭: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି।ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି।ମୃତ୍ୟୁ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା। ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ସହାୟତା ଘୋଷଣା ନେଇ ସୂଚନା ଦେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ। ସୌମ୍ୟାଶ୍ରୀଙ୍କ ପଳାସିଆ ଗାଁରେ ଶେଷକୃତ୍ୟ ସମ୍ପନ୍ନ ପରେ ଏହି ସୂଚନା ଦେଇଥିଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ।ସାଂସଦ ପ୍ରତାପ ଷଡ଼ଙ୍ଗୀ ସୌମ୍ୟାଶ୍ରୀଙ୍କ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଅନ୍ତିମ ସଂସ୍କାର ସମୟରେ ମଧ୍ୟ ଉପସ୍ଥିତ ରହିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |