ବାଲେଶ୍ୱର,୧୫।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶାରେ ତୀବ୍ର ଆନ୍ଦୋଳନ ଓ ରାଜନୈତିକ ପ୍ରତିକ୍ରିୟା ଦେଖାଦେଇଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ।କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖ ଶନିବାର ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା । ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ୬୦ ଘଣ୍ଟା ଧରି ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳଙ୍କ ସହାୟତାରେ ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |