ଭୁବନେଶ୍ୱର,୧୬।୭:ଆଜି ବାଲେଶ୍ୱର ଜିଲା ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ପୀଡିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ବନ୍ଦ ଡାକରା ଦେଇଛି ବିଜେଡି| ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିଜେଡି ଆଜି ବାଲେଶ୍ବରରେ ବନ୍ଦ ପାଳନ କରୁଛି । ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ କରାଯିବ । ଅତ୍ୟାବଶ୍ୟକ ସାମଗ୍ରୀ ଓ ଜରୁରୀ କାଳୀନ ସେବା ବ୍ୟତୀତ ଅଖ ଚକ , ଦୋକାନ ବଜାର ବନ୍ଦ କରିଛି ବିଜେଡି । ବନ୍ଦ ପାଳନ ସମୟରେ ଜରୁରୀକାଳୀନ ସେବା ଜାରି ରହିବ । ସେପଟେ ଆଜି କଂଗ୍ରେସ ନେତ୍ରୀ ଅଳକା ଲାମ୍ବା ଯାଉଛନ୍ତି ବାଲେଶ୍ବର ଗସ୍ତରେ । ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି ।ବୁଧବାର ଦିନ ଆଠ ଘଣ୍ଟିଆ ବାଲେଶ୍ୱର ବନ୍ଦ ପାଳନ କରାଯାଉଥିବାରୁ ଦୋକାନ ବଜାର, ସରକାରୀ ଅଫିସ୍, ବେସରକାରୀ ଅନୁଷ୍ଠାନ ସବୁ ବନ୍ଦ ରହିଛି । କେବଳ ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ ସମସ୍ତ କ୍ଷେତ୍ର ବନ୍ଦ ରହିବ ବୋଲି ଦଳ ପକ୍ଷରୁ କୁହାଯାଇଛି । ସାମ୍ପ୍ରତିକ ଶାସନ ବ୍ୟବସ୍ଥା ଯୋଗୁଁ ଜଣେ ଛାତ୍ରୀଙ୍କ ଅମୂଲ୍ୟ ଜୀବନ ଚାଲିଯାଇଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ସାଙ୍ଗକୁ ଭବିଷ୍ୟତରେ ଯେଭଳି ଏମିତି ଅଘଟଣ ନଘଟେ, ସେନେଇ ସରକାର ଉଚିତ ପଦକ୍ଷେପ ନେବା ଦାବିରେ ଏହି ୮ଘଣ୍ଟିଆ ବାଲେଶ୍ୱର ବନ୍ଦ କରାଯିବ ବୋଲି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ସୂଚନା ଦେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |