ଭୁବନେଶ୍ୱର, ୧୬/୦୭: ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ଶୋକ ପ୍ରକାଶ କରିଛନ୍ତି ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । ସେ ବୁଧବାର ଅର୍ଥାତ୍ ଆଜି ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହିତ ଫୋନ ଯୋଗେ କଥା ହୋଇଛନ୍ତି । ହ୍ବାଟ୍ସ ଆପ୍ରେ ଭିଡିଓ କଲ୍ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଏଭଳି ଏକ ଦୁଃଖଦ ସମୟରେ ଦୃଢ଼ମନା ହୋଇ ରହିବାକୁ ପରାମର୍ଶ ଦେଇଛନ୍ତି । ଏହାଛଡ଼ା ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ଠାରୁ ଘଟଣା ସମ୍ପର୍କରେ ବୁଝିଥିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । ସୌମ୍ୟାଶ୍ରୀଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ କଂଗ୍ରେସ ଲଢ଼େଇ ଜାରି ରହିବ । ଏ ଘଟଣାରେ ସମ୍ପୃକ୍ତି ଥିବା ଅଭିଯୁକ୍ତମାନଙ୍କୁ କାଠ ଗଡ଼ାକୁ ଟଣାହେବ ବୋଲି ରାହୁଲ ଗାନ୍ଧି କହିଛନ୍ତି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । ଗତକାଲି ଅର୍ଥାତ୍ ମଙ୍ଗଳବାର ପୈତୃକ ଗାଁ ପଳାସିଆରେ ତାଙ୍କର ଶେଷକୃତ୍ୟ ହୋଇଥିଲା । ଭାଇ ମୁଖାଗ୍ନୀ ଦେଇ ଉଭଣୀ ରାକ୍ଷୀର ଋଣ ସୁଝିଛନ୍ତି ।ଗତକାଲି ଘଟଣାକୁ ନେଇ ଟୁଇଟ୍ କରି ସରକାରଙ୍କ ଉପରେ ବର୍ଷିଥିଲେ ରାହୁଲ। ଟୁଇଟ୍ କରି ରାହୁଲ ଲେଖିଥିଲେ, ଓଡ଼ିଶାରେ ନ୍ୟାୟ ପାଇଁ ଲଢ଼ୁଥିବା ଝିଅର ମୃତ୍ୟୁ ଭାଜପା ବ୍ୟବସ୍ଥା ଦ୍ୱାରା ଏକ ସିଧାସଳଖ ହତ୍ୟା। ସେହି ସାହସୀ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ ସ୍ବର ଉଠାଇଥିଲେ। କିନ୍ତୁ ନ୍ୟାୟ ବଦଳରେ ତାଙ୍କୁ ବାରମ୍ବାର ଧମକ, ହଇରାଣ, ଅପମାନିତ କରାଯାଇଥିଲା। ଯେଉଁମାନେ ତାଙ୍କୁ ସୁରକ୍ଷା ଦେବା କଥା, ସେମାନେ ତାଙ୍କୁ ଭାଙ୍ଗି ଚାଲିଥିଲେ। ପ୍ରତ୍ୟେକ ଥର ପରି, ଭାଜପା ବ୍ୟବସ୍ଥା ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇ ଚାଲିଥିଲା ଏବଂ ଏକ ର୍ନିଦ୍ଦୋଷ ଝିଅକୁ ନିଜକୁ ଜାଳି ଦେବାକୁ ବାଧ୍ୟ କରିଥିଲା। ଏହା ଆତ୍ମହତ୍ୟା ନୁହେଁ, ଏହା ବ୍ୟବସ୍ଥା ଦ୍ୱାରା ଏକ ସଂଗଠିତ ହତ୍ୟା। ରାହୁଲ ଆହୁରି ଲେଖିଛନ୍ତି, ମୋଦି ଜୀ, ଓଡ଼ିଶା ହେଉ କି ମଣିପୁର , ଦେଶର ଝିଅମାନେ ଜଳୁଛନ୍ତି, ଭାଙ୍ଗି ପଡୁଛନ୍ତି, ଆତ୍ମହତ୍ୟା କରୁଛନ୍ତି ଆଉ ଆପଣ? ଆପଣ ଚୁପ ବସିଛନ୍ତି। ଦେଶ ଆପଣଙ୍କ ନୀରବତା ଚାହେଁ ନାହିଁ, ଏହା ଉତ୍ତର ଚାହେଁ। ଭାରତର ଝିଅମାନେ ସୁରକ୍ଷା ଏବଂ ନ୍ୟାୟ ଚାହାଁନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |