ଆଜି ଓଡ଼ିଶା ବନ୍ଦ: ସବୁଠି ପଡ଼ିଲା ପ୍ରଭାବ

ଭୁବନେଶ୍ୱର,୧୭।୭: ଅଖିଳ ଭାରତୀୟ କଂଗ୍ରେସ କମିଟିର ତତ୍ତ୍ବାବଧାନରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ।୧୨ ଘଣ୍ଟିଆ ଓଡିଶା ବନ୍ଦ ବେଳେ ସାମ୍ନାକୁ ଆସିଲା ଅଭାବନୀୟ ଚିତ୍ର । ସାଧାରଣ ଲୋକେ, ରୋଗୀ ଏବଂ ଅନ୍ୟ ଜରୁରୀ କାମରେ ଯାଉଥିବା ଲୋକେ କିଭଳି ହୀନସ୍ତା ହେଉଛନ୍ତି, ତାର ଚିତ୍ର ଦେଖିବାକୁ ମିଳିଛି । ଆଜି ବନ୍ଦ ପାଳନ ବେଳେ ବାଲେଶ୍ବରରେ ଦେଖିବାକୁ ମିଳିଛି ସେଭଳି ଏକ ଅଭାବନୀୟ ଦୃଶ୍ୟ । ବନ୍ଦ ବିଷୟରେ ଜାଣି ନ ପାରି ଅନୁଗୁଳରୁ ବାଲେଶ୍ବର ଆସିଥିବା ଜଣେ ରୋଗୀ ଓ ତାଙ୍କ ସମ୍ପର୍କୀୟ ଅସହାୟ ହୋଇପଡ଼ିଥିଲେ । କଂଗ୍ରେସର ବନ୍ଦ ପାଳନ ଯୋଗୁ ଗାଡ଼ି ମୋଟର ବନ୍ଦ ଥିବାରୁ ବସ ଷ୍ଟାଣ୍ଡରେ ଅସହାୟ ଅବସ୍ଥାରେ କାନ୍ଦୁଥିଲେ । ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର   ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!