ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପିପିଲି,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି।ନାବାଳିକାଙ୍କୁ ଜାଳିଦେଲେ। ବାଲେଶ୍ବର FM କଲେଜ ଘଟଣା ମନରୁ ଲିଭୁଣୁ ଆଉ ଏକ ଘଟଣା ସମସ୍ତଙ୍କୁ ଚକିତ କରିଛି। ପିପିଲି ନିକଟ ବଳଙ୍ଗା ଥାନା ବାୟାବର ଗାଁରେ ଘଟିଛି ଆଉ ଅଭାବନୀୟ ଘଟଣା।  ତେବେ ନାବାଳିକାଙ୍କ ଶରୀର ୭୦% ପୋଡ଼ିଛି ! ପିପିଲି ବଳଙ୍ଗା ନାବାଳିକାର ଶରୀର ଉପରିଭାଗ ପ୍ରାୟ ୭୦% ପୋଡ଼ିଛି । ଭୁବନେଶ୍ବର ଏମ୍ସ ଟ୍ରମା କେୟାରରୁ ବର୍ଣ୍ଣ ୟୁନିଟ୍ କୁ ସ୍ଥାନାନ୍ତରିତ ହୋଇଛି । ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଦ୍ବାରା ଚିକିତ୍ସା ଆରମ୍ଭ ହୋଇଛି । ସ୍ଥାନୀୟ ବାସିନ୍ଦାଙ୍କ କହିବାନୁସାରେ,ଗାଁ ପାଖ ନଦୀ ବନ୍ଧକୁ ୩ରୁ ୪ ଜଣ ଯୁବକ ନାବାଳିକାଙ୍କୁ ଉଠାଇ ନେଇଥିଲେ। ସେଠାରୁ ମୁକୁଳିବାକୁ ଚେଷ୍ଟା କରୁଥିବା ବେଳେ ଯୁବତୀଙ୍କ ଦେହରେ ନିଆଁ ଲଗାଇ ଦେଇଥିଲେ ଅଭିଯୁକ୍ତ। ଏହାପରେ ସେଠାରୁ ଚମ୍ପଟ ମାରିଥିଲେ। ଘଟଣା ପରେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି।ସେପଟେ ପୀଡ଼ିତାଙ୍କ ଅବସ୍ଥା ଗୁରୁତର ରହିଛି। ଆଜି ସନ୍ଧ୍ୟାରେ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିତି ଅନୁଧ୍ୟାନ କରିବା ପରେ ଭୁ୍ବନେଶ୍ବର ଏମ୍‌ସ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ନାବାଳିକାର ଅବସ୍ଥା ଗୁରୁତର ଅଛି। ତାଙ୍କର ଶରୀର ୭୦ରୁ ୭୫ ପ୍ରତିଶତ ଜଳିଯାଇଛି। ଝିଅର ମାନସିକ ଅବସ୍ଥା ଭଲ ନାହିଁ। ତେଣୁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଚିକିତ୍ସା ଦରକାର ଅଛି। ଆଗାମୀ ୪୮ରୁ ୭୨ଘଣ୍ଟା ଗୁରୁତ୍ବପୂର୍ଣ୍ଣ । ନାବାଳିକାର ଭଲ ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରର ମେଡିକାଲ ଟିମ୍‌ ଉଦ୍ୟମ କରୁଛନ୍ତି।ଏମ୍‌ସ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଆହୁରି ମଧ୍ୟ କହିଛନ୍ତି ଯେ ନାବାଳିକା ଜଣକ ଆଗାମୀ ୪୮ ଘଣ୍ଟା ଅବଜରଭେସନ୍‌ରେ ରହିବେ। ସେ ଏବେ ଭେଣ୍ଟିଲେଟରରେ ନାହାନ୍ତି। ଆଇସିୟୁରେ ଅକ୍ସିଜେନ୍‌ ସପୋର୍ଟରେ ଅଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!