ବଳଙ୍ଗା ମାମଲା: ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ସ୍ଥାନାନ୍ତର କରାଯାଇଛି।ବଳଙ୍ଗା ଅଞ୍ଚଳରେ ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ମାମଲାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାସଭବନକୁ ମହିଳା କଂଗ୍ରେସ ଘେରିଛି। ରାଜ୍ୟ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ବରେ କର୍ମୀମାନେ ଶ୍ରୀମତୀ ପରିଡ଼ାଙ୍କ ବାସଭବନ ଉପରକୁ ଟମାଟୋ ମାଡ଼ କରିଛନ୍ତି। ଜବାବରେ କଂଗ୍ରେସର କିଛି ମହିଳା କର୍ମୀଙ୍କୁ ପୁଲିସ ଉଠାଇ ନେଇଛି। ଦେହରେ ନିଆଁ ଲାଗି ଏମ୍ସରେ ଭର୍ତ୍ତି ହୋଇଥିବା ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍‌ ନିୟୋଜିତ ଅଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କୁ ସ୍ବତନ୍ତ୍ର ଚିକିତ୍ସା ଦିଆଯାଉଛି। ବିଶେଷଜ୍ଞ ଡାକ୍ତର ସଂଜୟ ଗିରିଙ୍କ ନେତୃତ୍ବରେ ନାବାଳିକାଙ୍କ ଚିକିତ୍ସା ଜାରି ରହିଛି। ଏହି ଟମ୍‌ରେ ପ୍ରଫେସର ଅନୁପମ ଦେ, ପ୍ରଫେସର ମନୋଜ ପାଣିଗ୍ରାହୀ, ଡ. ଦେବାଶିଷ ଆଚାର୍ଯ୍ୟ, ଡ. ଆଲୋକ ସାହୁ, ଡ. ରିତେଶ ପଣ୍ଡା, ଡ. ସିନ୍ଧୁ ସୁଧା ସାହୁ, ଡ. ସୁବର୍ଣ୍ଣ ମିତ୍ର, ଡ. ପ୍ରୀତି ମୀନା, ଡ. ତରୁଣ କୁମାର ପାତ୍ର, ଡ. ଶ୍ୟାମସୁନ୍ଦର ବେହେରା, ଡ. ଦେବଶ୍ରୀ ଦାସ, ଡ. ମହାଲିଙ୍ଗମ୍ ଓ ପ୍ରିୟଦର୍ଶିନୀ ସାହୁ ଅଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!