ନିଲାମ ହେବ ରାଜ୍ୟର ଆଉ ୨୨ ଟି ଖଣି

ଭୁବନେଶ୍ୱର,୨୨।୭: ଓଡ଼ିଶାରେ ଖଣିଜ ସମ୍ପଦର ବିକାଶ ଓ ରାଜ୍ୟର ଅର୍ଥନୀତିକୁ ମଜବୁତ କରିବା ଲାଗି ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଉଛନ୍ତି। ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଘୋଷଣା କରିଛନ୍ତି ଯେ, ଖୁବଶୀଘ୍ର ରାଜ୍ୟରେ ଆଉ ୨୨ଟି ଖଣି ନିଲାମ କରାଯିବ। ଏହି ନିଲାମ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହା ରାଜ୍ୟର ରାଜସ୍ୱ ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବ ବୋଲି ମନ୍ତ୍ରୀ କହିଛନ୍ତି।ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି। ଖଣି ନିଲାମ ବାବଦରେ ସୂଚନା ଦେଲେ ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା। ସେ କହିଛନ୍ତି ଯେ, ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ।ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ ବର୍ଷରେ ୮ଟି ଖଣି ନିଲାମ କରିଛନ୍ତି । ଖୁବ୍‌ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ମନ୍ତ୍ରୀ କହିଛନ୍ତି ।ତେବେ ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ ବୋଲି ଖଣି ମନ୍ତ୍ରୀ କହିଛନ୍ତି । ଏହାସହ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ସେ ଦିଗକୁ ଅଧିକ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି ବୋଲି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!