ରାଜ୍ୟରେ ଖୋଲିବ ଆଉ ୨ଟି OISF ବାଟାଲିୟନ

ଭୁବନେଶ୍ୱର,୨୩।୭:ରାଜ୍ୟରେ ଗଠନ ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ୨ବାଟାଲିଅନ। ୨ ନୂଆ OISF ବାଟାଲିୟନ୍ ପାଇଁ ସୃଷ୍ଟି ହେବ ୧୯୪୪ଟି ପଦବୀ। ତୃତୀୟ ଓ ଚତୁର୍ଥ ବାଟାଲିୟନ୍ ନାମରେ କରାଯିବ ନାମିତ। ନିଯୁକ୍ତି ପାଇବେ ୨୫୬ ହାବିଲଦାର ଓ ୧୩୫୦ କନଷ୍ଟେବଲ। ଏଥିସହ ଏହି  ନୂଆ OISF ବାଟାଲିୟନରେ ରହିବେ  ୨ଜଣ କମାଣ୍ଡାଣ୍ଟ ଓ ୬ଜଣ ଡେପୁଟି କମାଣ୍ଡାଣ୍ଟ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ଓଡ଼ିଶାରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ସୃଷ୍ଟି କରାଯାଇଛି । ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଂ ଭିତ୍ତିରେ ସୃଷ୍ଟି କରାଯାଇଛି ।ଏହି ଦୁଇଟି ନୂଆ ବାଟାଲିଆନକୁ 3 ଏବଂ 4 ନମ୍ବରରେ ନାମିତ କରାଯିବ । ପୂର୍ବରୁ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା |ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ ଓଆଇଏସଫରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭ ପଦବୀ ସୃଷ୍ଟି ହେଲା । ଏହା ଦ୍ବାରା କମାଣ୍ଡାଣ୍ଟ, ଡେପୁଟି କମାଣ୍ଡାଣ୍ଡ, ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ, ସବ୍‌ ଇନ୍‌ସପେକ୍ଟର ଭଳି ପଦବୀରେ ନିଯୁକ୍ତି ମିଳିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!