ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ,

ଭୁବନେଶ୍ୱର,୨୪।୭:ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‌ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆଗାମୀ ୨୪ ଘଣ୍ଟା ଏହି ୪ଟି ଜିଲ୍ଲା ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଇଛି।ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ। ଆଗାମୀ ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ। ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପ ନେବ ବୋଲି ସମ୍ଭାବନା ରହିଛି।ଲଘୁଚାପ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୪୮ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ। ଏହି ପ୍ରଭାବରେ ଆଜିଠୁ ଓଡ଼ିଶାରେ ପ୍ରବଳର ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର-ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ।ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ତାରିଖ ଯାଏଁ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି l ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବl ଏହା ପରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି ସହ ଆଗାମୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!