ଭୁବନେଶ୍ବର,୨୫ା୭: ଆସନ୍ତା ୧୨ ଘଣ୍ଟାରେ ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ପ୍ରଭାବରେ ୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି ଘଡ଼ଘଡ଼ି ସହ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ସମ୍ଭାବନା । ଏହା ସହ ପବନର ବେଗ ରହିବ ୩୦ ରୁ ୪୦ କିମି । ସତର୍କ କରାଇଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ଉତ୍ତର-ପଷ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ ।ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରଭାବ ରହିବା ନେଇ ସୂଚନା ଜାରି । ପ୍ରଭାବରେ ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା 28 ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ । ସେନେଇ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।ଆଜି ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ଓ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୯ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |