ଓଡ଼ିଶା ଟେକ୍ସ ୨୦୨୫’ ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ,

ଭୁବନେଶ୍ୱର,୨୫ା୭: ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ୬ଟି ଟେକ୍ସଟାଇଲ ପାର୍କର ମଧ୍ୟ ଉଦ୍‌ଘାଟନ କରିଛନ୍ତି। ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦ୍‌ଘାଟିତ ହୋଇଛି।ଲୋକସେବା ଭବନ କନଭେନସନ ହଲ୍‌ରେ ଆରମ୍ଭ ହେଲା ‘ଓଡ଼ିଶା ଟେକ୍ସ ୨୦୨୫’ । ଏହି ଶିଳ୍ପ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଛନ୍ତି । ଏହି କାର୍ଯ୍ୟକ୍ରମରେ ୩୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିବେ । ଏହାସହ ଏକାଧିକ ଏମଓୟୁ ସ୍ବାକ୍ଷରିତ ହେବ । ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହି ସମ୍ମିଳନୀର ମୂଳ ଲକ୍ଷ୍ୟ ଟେକ୍ସଟାଇଲ୍ ଓ ଆପାରେଲ୍ ଉତ୍ପାଦନ କ୍ଷେତ୍ରରେ ଦେଶରେ ଅଗ୍ରଣୀ ରାଜ୍ୟରେ ପରିଣତ ହେବ ଓଡ଼ିଶା । ସମୃଦ୍ଧ ଓଡ଼ିଶା ୨୦୩୬ ଦିଗରେ ଏହା ଏକ ଦୃଢ଼ ପଦକ୍ଷେପ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!