ପୁରୀ ,୨୮।୦୭ : ଆଜି ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥି । ଆଜିର ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀୟୁମାନଙ୍କର ଖସାପଡା ନିତି । ମଧ୍ୟାନ୍ନଧୂପ ପରେ ଦଇତାପତି ସେବକ ରତ୍ନସିଂହାସନ ଉପରେ ଚଢ଼ି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନିତି ସମ୍ପାଦନ କରିବେ ।ସୋମବାରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ସମୟରେ ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ ନାହିଁ। ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା କରିବେ। ଶ୍ରୀମନ୍ଦିର ପ୍ରଶାସନର ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତିଙ୍କ ସୂଚନା ଅନୁସାରେ ସୋମବାର ସଂଧ୍ୟା ୬ଟାରୁ ରାତି ପ୍ରାୟ ୧୦ଟା ପର୍ଯ୍ୟନ୍ତ ଦର୍ଶନ କଟକଣା ରହିଛି । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରି ଠାକୁରଙ୍କ ଖସାପଡ଼ା ନୀତି ସମ୍ପନ୍ନ କରିବେ। ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ପାଳନ କରାଯାଏ । ତେବେ ସେଦିନର ଠାକୁରଙ୍କ ନୀତି ଉପରେ ଦର୍ଶନ କଟକଣା ସମୟ ନିର୍ଭର କରେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |