ଭୁବନେଶ୍ୱର,୩୦ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂ ଥିଲେ। ରାଜ୍ୟର ଯେଉଁ ସ୍ଥାନରେ ବନ୍ୟା ଯୋଗୁ କ୍ଷୟକ୍ଷତି ହୋଇଛି ସେମାନଙ୍କୁ ତୁରନ୍ତ ସହୟତା ମିଳିବ। କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆକାଶ ମାର୍ଗରୁ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ।ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତିରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି। ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାଲେଶ୍ବର ଜିଲ୍ଲାରେ ୧୭ଟି ଓଡ୍ରାଫ ଓ ୧୩ଟି ଅଗ୍ନିଶମ ସେବା ଟିମ, ଭଦ୍ରକ ଜିଲ୍ଲାରେ ଗୋଟିଏ ଏନ୍ଡିଆର୍ଏଫ୍, ଗୋଟିଏ ଓଡ୍ରାଫ ଓ ୧୩ଟି ଅଗ୍ନିଶମ ସେବା ଟିମ୍, ଯାଜପୁର ଜିଲ୍ଲାରେ ଗୋଟିଏ ଓଡ୍ରାଫ୍ ଓ ୧୪ଟି ଅଗ୍ନିଶମ ସେବା ଟିମ୍ ମୁତୟନ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |