ନୂଆଦିଲ୍ଲୀ,୧୨।୮: କ୍ୟାବିନେଟର ବଡ଼ ନିଷ୍ପତ୍ତି। ଓଡ଼ିଶା ସମେତ ୩ଟି ରାଜ୍ୟରେ ୪ଟି ନୂଆ ସେମି କଣ୍ଡକ୍ଟର ପ୍ରକଳ୍ପକୁ ମିଳିଲା ଅନୁମତି। ଏଥିରୁ ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମି କଣ୍ଡକ୍ଟର ୟୁନିଟ୍। ସେହିପରି ଆନ୍ଧ୍ର ପ୍ରଦେଶ ଓ ପଞ୍ଜାବରେ ୨ଟି ଲେଖାଏ ପ୍ରକଳ୍ପ ପାଇଁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ ଦେଇଛି। ଏଥିରେ ୪ହଜାର ୫୯୪ କୋଟି ଟଙ୍କା ନିବେଶ ହେବ। ଓଡ଼ିଶାରେ ୨ଟି ସେମି କଣ୍ଡକ୍ଟର ୟୁନିଟ୍ ପ୍ରତିଷ୍ଠାରେ ନିବେଶ ହେବ ୨ହଜାର ୬୬ କୋଟି ଟଙ୍କା। କ୍ୟାବିନେଟ୍ ବୈଠକ ପରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।ନୂଆ ୪ଟି ସେମିକଣ୍ଡକ୍ଟର ୟୁନିଟ୍ ପାଇଁ ୪ ହଜାର ୬ ଶହ କୋଟି ବ୍ୟୟ ହେବ । ଓଡ଼ିଶା ପଞ୍ଜାବ ଓ ଆନ୍ଧ୍ର ପ୍ରଦେଶରେ ଆଉ ୨ଟି ସେମିକଣ୍ଡକ୍ଟର ୟୁନିଟ୍ ପ୍ରତିଷ୍ଠା ହେବ ।ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶର ବିକାଶକୁ ବୃଦ୍ଧି କରିବା ପାଇଁ 18,541 କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ଦିଆଯାଇଛି ।ଭାରତ ସେମିକଣ୍ଡକ୍ଟର ମିଶନ ଅଧୀନରେ କ୍ୟାବିନେଟ୍ ଚାରୋଟି ନୂତନ ସେମିକଣ୍ଡକ୍ଟର ପ୍ରକଳ୍ପକୁ ଅନୁମୋଦନ କରିଛି । ଏହି ପ୍ରକଳ୍ପଗୁଡ଼ିକ ପାଇଁ ମୋଟ 4,594 କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ର ପ୍ରଦେଶରେ ପ୍ରତିଷ୍ଠା କରାଯିବ। ଏହି ନିବେଶ ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ସୁଦୃଢ଼ କରିବ ଏବଂ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଷେତ୍ରକୁ ସୁଦୃଢ଼ କରିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |