ଭୁବନେଶ୍ବର, ୧୨।୮: ଏଣିକି ଆଉ ବ୍ୟବହାର ହେବନି ‘ହରିଜନ’ ଶବ୍ଦ । ଏସ୍ସି/ ଏସଟି ଉନ୍ନୟନ ବିଭାଗ ପକ୍ଷରୁ ଚିଠି। ସମସ୍ତ ବିଭାଗୀୟ ସଚିବଙ୍କୁ ଲେଖାଗଲା ଚିଠି।ଏହା ସହ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନକୁ ଚିଠି ଲେଖାଯାଇଛି। ସମସ୍ତ ଶିକ୍ଷାନୁଷ୍ଠାନକୁ ମଧ୍ୟ ହୋଇଛି ଚିଠି।ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଯୋଗାଯୋଗରୁ ହଟିବ ଏହି ଶବ୍ଦ । ଜାତିଗତ ପ୍ରମାଣ ପତ୍ରରେ ବି ଏହି ଶବ୍ଦ ରହିବନି । ଏନେଇ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ଭାରତୀୟ ସମ୍ବିଧାନର ଧାରା ୩୪୧ ଅନୁଯାୟୀ ଅଧିସୂଚିତ ଅନୁସୂଚିତ ଜାତିର ବ୍ୟକ୍ତିମାନଙ୍କୁ ସୂଚିତ କରିବା ପାଇଁ କେବଳ ସାମ୍ବିଧାନିକ ଶବ୍ଦ ‘ଅନୁସୂଚିତ ଜାତି’ ବ୍ୟବହୃତ ହେବ । ‘ହରିଜନ’ ବଦଳରେ ‘ଅନୁସୂଚିତ ଜାତି’ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରେକର୍ଡ ପତ୍ରରେ ‘ଅନୁସୂଚିତ ଜାତି’ ଉଲ୍ଲେଖ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି । ସମସ୍ତ ସରକାରୀ କାର୍ଯ୍ୟାଳୟରେ ଏହି ନିର୍ଦ୍ଦେଶ କଡା କଡ଼ି ପାଳନ ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |