୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩ା୮: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଚେତାବନୀ ଜାରି କରିଛି।ଏହି ୮ ଜିଲ୍ଲା ଗୁଡ଼ିକ ହେଲେ- ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ପୁରୀ, ନୟାଗଡ଼ ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।କେନ୍ଦ୍ରୀୟ ବଙ୍ଗୋପସାଗର ଉପର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ଆଜି କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ୨ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ। ଆସନ୍ତା ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡିଶା ସହ ଉପକୂଳରେ ବି ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି।ସାରା ଓଡ଼ିଶାରେ ବର୍ଷା ସହ କିଛି ସ୍ଥାନରେ ଭାରି ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି ପ୍ରବଳ ବର୍ଷା ପାଇଁ ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ସମ୍ଭାବ୍ୟ ବର୍ଷା ପବନକୁ ଦୃଷ୍ଟିରେ ରଖି ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୧୬ ତାରିଖ ଯାଏଁ ସମୁଦ୍ର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!