କେନ୍ଦ୍ର ସରକାରଙ୍କ ସହଯୋଗରେ ଭୁବନେଶ୍ବରରେ ହେବ ମେଟ୍ରୋ ପ୍ରକଳ୍ପ

ଭୁବନେଶ୍ୱର,୧୪ା୮: ଭୁବନେଶ୍ବରରେ ନୂଆ ଡିଜାଇନରେ ମେଟ୍ରୋ ପ୍ରକଳ୍ପ ହେବା ନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଆଜି ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ମେଟ୍ରୋ ପାଇଁ କେନ୍ଦ୍ରକୁ ଦିଆଯିବ ପ୍ରସ୍ତାବ । କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ଟେକ୍ନିକାଲ କମିଟି । ଏହି କମିଟି ବିଭିନ୍ନ ସହାରକୁ  ଯାଇ ସ୍ଥିତି ଅନୁଧ୍ୟାନ କରିବ । ନୂଆ ଟ୍ରାକ ନେଇ କମିଟି ରିପୋର୍ଟ ଦେବ ।ସେ କହିଛନ୍ତି ଯେ, “କେନ୍ଦ୍ରକୁ ବିଧିବଦ୍ଧ ପ୍ରସ୍ତାବ ଦିଆଯିବ । ଏଥିପାଇଁ ନୂଆ ବୈଷୟିକ କମିଟି ଗଠନ କରାଯିବ । ଏହି କମିଟି ମେଟ୍ରୋ ଚାଲୁଥିବା ରାଜ୍ୟକୁ ଯାଇ ଅନୁଧ୍ୟାନ କରିବ । କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ”।ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀସ୍ତରୀୟ ସବ୍‌ କମିଟିର ଦ୍ଵିତୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି ।  ବୈଠକରେ କମ୍ପ୍ରେହେନସିଭ ମୋବିଲିଟି ଯୋଜନା ତିଆରି ହୋଇଛି । କେଉଁ ଲାଇନରେ ଯିବ, କେଉଁ ଜାଗାରେ ପାର୍କିଙ୍ଗ ଅଞ୍ଚଳ ହେବ, ସେନେଇ ଟେକ୍ନିକାଲ କମିଟି ରିପୋର୍ଟ ଦେବ । ସାଧାରଣ ଲୋକଙ୍କ ମତାମତ ନିଆଯିବ ବୋଲି ସୂଚନା ଦେଇଛନ୍ତି କୃଷ୍ଣଚନ୍ଦ୍ର ମହାପାତ୍ର।ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀ ସ୍ତରୀୟ ସବ କମିଟିର ଦ୍ଵିତୀୟ ବୈଠକରେ ନିଷ୍ପତ୍ତି ପରେ ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ । ବୈଠକରେ କମ୍ପ୍ରେହେନସିଭ ମୋବିଲିଟି ପ୍ଲାନ ତିଆରି ହୋଇଛି । କେଉଁ ଲାଇନରେ ଯିବ କେଉଁ ଜାଗାରେ ପର୍କିଙ୍ଗ ଅଞ୍ଚଳ ହେବ ଟେକ୍ନିକାଲ କମିଟି ରିପୋର୍ଟ ଦେବ ।  ସାଧାରଣ ଲୋକଙ୍କ ମତାମତ ନିଆଯିବ, ପୁରୁଣା ପ୍ରକଳ୍ପ ବନ୍ଦ ରହିଛି ।  ସେହି ରାସ୍ତା ଟ୍ରାଫିକ ଯାମ ରହୁଛି, ଖାଲି ଟେଷ୍ଟିଙ୍ଗ ବେଳେ କଣ ଅବସ୍ଥା ହେଲା କେତେ ହଇରାଣ ହେବାକୁ ପଡିଲା ବୋଲି କହିଛନ୍ତି ମନ୍ତ୍ରୀ । ସେ ଏହା ବି କହିଛନ୍ତି ଯେ, ମେଟ୍ରୋ କାମ ଚାଲିଥିଲେ ପୁରା ରାସ୍ତା ଠପ ହୋଇଯାଇ ଥାନ୍ତା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!