ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ,୧୫/୦୮: ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ ।ଭୁବନେଶ୍ୱର ମହାତ୍ମା ଗାନ୍ଧୀମାର୍ଗରେ ୭୯ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ। ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିସହିତ ଓଡ଼ିଶାବାସୀଙ୍କୁ ସ୍ବାଧୀନତା ଦିବସ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ସମ୍ବୋଧନ ଦେଇଛନ୍ତି ମୋହନ ମାଝୀ । ଓଡ଼ିଶା ହେବ ଫାର୍ମା ହବ୍‌। ରାଜ୍ୟରେ ପ୍ରତିଷ୍ଠା ହେବ ବିଭିନ୍ନ ଔଷଧ କମ୍ପାନୀ। ଏଥିପାଇଁ ଏକ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏଥିରେ ଦେଶ ବିଦେଶର ପ୍ରମୁଖ ଔଷଧ କମ୍ପାନୀ ସାମିଲ ହେବେ। ସେମାନେ ନିଜ ନିଜର ପ୍ରତିଷ୍ଠାନ ନିର୍ମାଣ କରିବାକୁ ଆଗ୍ରହ ଦେଖାଇବେ। ଯାହାଫଳରେ ଅଢ଼େଇ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସଳ ପାଳନ ଅବସରରେ ସୂଚନା ଦେଇଛନ୍ତି।ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ସଙ୍ଗଠିତ ଅପରାଧକୁ ଦମନ କରାଯିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ । ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ଛଡାଯିବ ନାହିଁ । ସେମାନଙ୍କ ସ୍ଥାନ ଜେଲ୍‌ରେ ସମାଜରେ ନୁହେଁ । ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି । ମହିଳା ସୁରକ୍ଷାରେ ଅବହେଳା କଲେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ । ରାଜ୍ୟରେ ଆଇନ ଶୃଙ୍ଖଳା ମୋଟାମୋଟି ନିୟନ୍ତ୍ରଣାଧୀନ ରହିଛି । ଏହାକୁ ଆହୁରି ପ୍ରଭାବୀ କରିବାକୁ ହେବ । ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର ବୋଲି ସେ କହିଛନ୍ତି ।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ରାଜ୍ୟରେ ଆଇନଶୃଙ୍ଖଳା ମୋଟାମୋଟି ନିୟନ୍ତ୍ରଣାଧୀନ ରହିଛି, ତଥାପି ଏହାକୁ ଆହୁରି ପ୍ରଭାବୀ କରିବା ପାଇଁ ପଦକ୍ଷେପ ନିଆଯିବ। ସେ ଅପରାଧ ବୃଦ୍ଧିର ମୁଖ୍ୟ କାରଣ ଭାବେ ନିଶା କାରବାରକୁ ଚିହ୍ନଟ କରି ଏହା ନିୟନ୍ତ୍ରଣ ପାଇଁ କଠୋର ବ୍ୟବସ୍ଥା ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!