ଭୁବନେଶ୍ୱର,୧୫।: ଆଗାମୀ ୫ ବର୍ଷରେ ‘୭୫ ହଜାର କିମି ଉଚ୍ଚମାନର ସଡ଼କ ନିର୍ମାଣ ହେବ। ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଉ ୪ଟି ନୂଆ ବନ୍ଦର ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି।ସେ ଆହୁରି କହିଛନ୍ତି ଯେ, ଇଞ୍ଚୁଡି, ବାହୁଡା, ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗରେ ବନ୍ଦର ନିର୍ମାଣର ଲକ୍ଷ୍ୟ ରଖାଯାଇଛି। ଗଠନ ହେବ ଆଉ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ।ରାଜ୍ୟର ମାତ୍ର ୧୭ ପ୍ରତିଶତ ଜନସଂଖ୍ୟା ସହରାଞ୍ଚଳରେ ରହୁଛନ୍ତି। ଦ୍ରୁତ ବିକାଶ ଓ ଅଭିବୃଦ୍ଧି ପାଇଁ ୨୧ଟି ନୂଆ NAC ସ୍ଥାପନ ପାଇଁ ନିଷ୍ପତ୍ତି ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |