ଅସୁସ୍ଥ ହେଲେ ନବୀନ ପଟ୍ଟନାୟକ, ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୭।୮: ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ ହେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ। ନବୀନ ଅସୁସ୍ଥ ହୋଇପଡିବା ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିଛି ଦିନ ତଳେ ମୁମ୍ବାଇରୁ ଅସ୍ତ୍ରୋପଚାର ସାରି ଫେରିଥିଲେ ନବୀନ । ମୁମ୍ୱାଇରୁ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର ପରେ ସେ ଭୁବନେଶ୍ୱର ଫେରିଥିଲେ । ତାଙ୍କୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିବା ପାଇଁ ନବୀନ ନିବାସକୁ ଡାକ୍ତରୀ ଦଳ ଯାଉଥିଲେ ।ଗତରାତିରେ ମଧ୍ୟ ଡାକ୍ତରମାନଙ୍କର ଏକ ଟିମ୍ ନବୀନ ନିବାସ ଯାଇଥିଲା । ଆଜି ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଛି । ଏ ସଂପର୍କରେ ଘରୋଇ ହସ୍ପିଟାଲ ପକ୍ଷରୁ ଜଣାପଡିଛି । ତେବେ ତାଙ୍କର କଣ ହୋଇଛି ଓ ସେ କାହିଁକି ହସ୍ପିଟାଲ ଯାଇଛନ୍ତି, ତାହା ନିର୍ଦ୍ଦିଷ୍ଟ ଭାବେ ଜଣାପଡିନାହିଁ । ହେଲେ ଏବେ ସେ ପୁଣିଥିରେ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି।  ତାଙ୍କୁ ସଙ୍ଗେ ସଙ୍ଗେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ହେଲେ ସେ କେଉଁ କାରଣ ପାଇଁ ଅସୁସ୍ଥ ହୋଇପଡିଛନ୍ତି ତାହା ଜଣାପଡିନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!