ଭୁବନେଶ୍ୱର,୧୮।୮: ସଦୃଶ ଲଘୁଚାପରେ ପରିଣତ ହେଲା ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ପଶ୍ଚିମ ଉତ୍ତର ପଶ୍ଚିମ ଗିଗକୁ ଗତି କରିବ ଏହି ଲଘୁଚାପ। ଏହାପରେ ଲଘୁଚାପ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଏହା ଆସନ୍ତା ୧୨ ଘଂଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି। ଆସନ୍ତାକାଲି ଅବପାତ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ। ରାଜ୍ୟରେ ଆଗାମୀ ୫ ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହି ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି। ଗତକାଲି ମାଲକାନଗିରିରେ ଏତେ ପରିମାଣରେ ବର୍ଷା ହୋଇଛି ଯେ, ଅନେକ ସ୍ଥାନ ପାଣିରେ ବୁଡ଼ିଯାଇଛି। ଏଥିପାଇଁ ଆଜି ସେଠାରେ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ିକୁ ବନ୍ଦ ରଖାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |