ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ

ଅନୁଗୁଳ ,୧୮।୮: ଅନୁଗୁଳ ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିପୁଳ ସଂପତ୍ତି ଠାବ।ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ୨ କୋଠା, ୨ ଫ୍ଲାଟ୍‌, ୪ ପ୍ଲଟ୍ ଠାବ କରିଛି ଭିଜିଲାନ୍ସ।ସୁନ୍ଦରଗଡ଼ରେ ୩ ମହଲା ଓ ରାଉରକେଲାରେ ୨ ମହଲା କୋଠା ଠାବ କରାଯାଇଛି।ଭୁବନେଶ୍ୱର ଘାଟିକିଆରେ ଯନ୍ତ୍ରୀଙ୍କର ୨ଟି ଫ୍ଲାଟ୍ ଥିବା ରେଡ ବେଳେ ଧରିଛି ଭିଜିଲାନ୍ସ। ଗଞ୍ଜାମ ପୁରୁଷୋତ୍ତମ, ସୁନ୍ଦରଗଡ଼ ଓ ରାଉରକେଲାରେ ଅଛି ୪ ପ୍ଲଟ୍‌ ନଗଦ ୧ ଲକ୍ଷ ୨୫ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ। ବ୍ୟାଙ୍କ ଜମାର ତଦନ୍ତ ଜାରି ରଖିଛି ଭିଜିଲାନ୍ସ।ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮ ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି।ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି।୩ ମହଲା ଓ ରାଉରକେଲାରେ ୨ ମହଲା କୋଠା ଠାବ କରାଯାଇଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!