ଭୁବନେଶ୍ବର ,୨୦ା୮: ମହିଳା ଏବଂ ଶିଶୁ ସୁରକ୍ଷାକୁ ନେଇ ରାଜ୍ୟରେ ବାରମ୍ବାର ବିଭିନ୍ନ ଘଟଣାମାନ ସାମ୍ନାକୁ ଆସୁଥିବା ବେଳେ ସରକାରଙ୍କ ବଡ ପଦକ୍ଷେପ ନେଇଛନ୍ତି। ଏଣିକି ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । କୌଣସି ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ତ୍ବରିତ ନ୍ୟାୟ ଦେବାରେ ସାହାଯ୍ୟ କରିବେ ପାରା ଲିଗାଲ ଭଲ୍ୟୁଣ୍ଟର । ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ସହ ଆଇନ ବିଭାଗ ବୈଠକ ହୋଇଛି । ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ଆଲୋଚନା ହୋଇଛି । ବୈଠକରେ ଆଇନ ମନ୍ତ୍ରୀ, ଲିଗାଲ ସର୍ଭିସ ଅଥରିଟିର ଅଧିକାରୀ ଉପସ୍ଥିତ ଥିଲେ । ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ସାହାଯ୍ୟ କରିବେ ଏହି ପାରା ଲିଗାଲ ଭଲ୍ୟୁଣ୍ଟର।ଗାଁରେ ରହୁଥିବା ସାଧାରଣ ପରିବାର ଏବଂ ଜନଜାତି ପରିବାରଙ୍କୁ ନ୍ୟାୟିକ ଅଧିକାର ଦେବାକୁ ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |